ଆମେ ଜିଣିବା ଆମେ ଜାଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି,(ଡଃ ଶିବ ନାରାୟଣ ପାତ୍ର): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଗୋବିନ୍ଦପାଲ୍ଲୀ ସ୍ଥିତ ସରକାରୀ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆମେ ଜିଣିବା ଆମେ ଜାଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଅଶୋକ କୁମାର ସ୍ୱର୍ଣ୍ଣକାର ଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଖଇରପୁଟ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସନ୍ତୋଷ କୁମାର ପଣ୍ଡା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଗୋବିନ୍ଦପାଲ୍ଲୀ ସ୍ଥିତ ସରକାରୀ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଜୟ କୁମାର ମିଶ୍ର ଯୋଗ ଦେଇଥିଲେ।ପ୍ରଥମେ ଅତିଥି ପରିଚୟ ପ୍ରଦାନ ପରେ ଜଗତର ନାଥ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ପ୍ରଦୀପ ପ୍ରଜ୍ବଳନ କରିଥିଲେ ଅତିଥିମାନେ।ଏହାପରେ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପଠନ କାରାଯାଇଥିଲା।ଅତିଥିମାନେ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଵଳ ଭବିଷ୍ୟତ କାମନା କରିଥିଲେ।ତାହା ସହିତ ବିଭିନ୍ନ ବର୍ଗର ଖେଳା ଯାଇଥିବା କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଛି।ଏହି କାର୍ଯ୍ୟକ୍ରମ ରେ ୩୦୦ ଶହ ରୁ ଅଧିକ ଅବିଭାବକ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ କୁ ଅଧ୍ୟକ୍ଷ ଶ୍ରୀଯୁକ୍ତ ସ୍ୱର୍ଣ୍ଣକାର ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।