ଆମ୍ବଡୋଳି ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):କ୍ଷତ୍ରିୟବରପୁର ପଞ୍ଚାୟତ ଅନ୍ତର୍ଗତ ଆମ୍ବଡୋଳି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଶାନ୍ତିନୀ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନ ଏହି ଉତ୍ସବକୁ ଉଦ୍ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସମିତିସଭ୍ୟ କୁଞ୍ଜବିହାରୀ ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଉପଦେଶ ଏବଂ ପରାମର୍ଶ ପ୍ରଦାନ କରିଥିଲେ I ସେହିପରି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ସାବତ,ସିଆରସିସି ମଧୁସୂଦନ ସେଠୀ,ସମାଜସେବୀ ମହନ୍ତ ରାମକୃଷ୍ଣ ଦାସ,ଭରତ ବିଷୋୟୀ, କୁମୁଦ ଚନ୍ଦ୍ର ପରିଛା ପ୍ରମୁଖ ଯୋଗ ଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବାଲ୍ୟ ବିବାହ ନୃତ୍ୟ ନାଟିକା ପରିବେଷିତ ହୋଇଥିଲା I ସହକାରୀ ଶିକ୍ଷକ ଅଚ୍ୟୁତ କୁମାର ବ୍ରହ୍ମା ବାର୍ଷିକ ବିବରଣୀ ପାଠ କରିବା ସହ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ