ଆମ୍ବେଦକର ଜୟନ୍ତୀରେ ବିଜେପିର ଜଳଛତ୍ର ଶୁଭାରମ୍ଭ
ବାଲେଶ୍ୱର, (ସରୋଜ ପଣ୍ଡା) :-ବାଲେଶ୍ୱର ଜିଲା ବିଜେପି ପକ୍ଷରୁ ଭାରତରତ୍ନ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଦିବସବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳିତ ହୋଇଯାଇଛି । ବାଲେଶ୍ୱର ସହରର ଝାଡେଶ୍ୱର ମନ୍ଦିର ନିକଟରେ ଏକ ଜଳଛତ୍ରକୁ ଲୋକସଭା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଶୁଭାରମ୍ଭ କରିଥିଲେ । ବିଜେପି ଜିଲା ସଭାପତି ଉମାକାନ୍ତ ମହାପାତ୍ର ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ ପ୍ରମୁଖ ଏଥିରେ ଯୋଗଦେଇ ସହରର ଏହି ଅଞ୍ଚଳ ପାଇଁ ଜଳଛତ୍ରର ଆବଶ୍ୟକତା ସମ୍ପର୍କରେ ସୂଚନା ଦେଇଥିଲେ । ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭଙ୍କର ମହାପାତ୍ର ଓ ଶୋଭନା ମହାନ୍ତି, ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡା, ନଗର ସଭାପତି ଚିତରଞ୍ଜନ ପଣ୍ଡା, କାଉନସିଲର ଶିବଶଙ୍କର ରାୟ, ଭାରତୀ ପାତ୍ର, ଗୌରୀ ଦାଶ, ଜିଲ୍ଲା ସମ୍ପାଦକ ଆଶିଷ ଘୋଷ, ଜିଲ୍ଲା ମିଡିଆ ସଂଯୋଜକ ଶ୍ରୀନିବାସ ପ୍ରଧାନ ପ୍ରମୁଖ ଏଥିରେ ଉପସ୍ଥିତ ଥିଲେ ।


