ଆମ୍ବୋ, ସଢା ଓ ଓରାଳି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ
ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡ଼ିହି ବ୍ଲକ ଆମ୍ବୋ, ସଢା ଓ ଓରାଳିପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆମ୍ବୋ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ ଅନୁରାଧା ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ଆମ୍ବୋ ପଞ୍ଚାୟତରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ଯୋଜନା ଗୁଡିକ ଉପରେ ବିଡ଼ିଓ ସୂଚନା ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଲୋକମାନଙ୍କୁ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ପିଇଓ ତୁଳରାମ ମୁର୍ମୁ, ଜିଆର ଏସ ବିଷ୍ଣୁ ଚରଣ ସାହୁ, ସମାଜସେବୀ ସୁବ୍ରତ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ସଢା ପଞ୍ଚାୟତରେ ସରପଞ୍ଚ ସାଗରିକା ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ସମାଜସେବୀ ଅଭିମନ୍ୟୁ ସେଠୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଉପସ୍ଥିତ ଲୋକମାନଙ୍କୁ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ପିଇଓ ହରିହର ସେଠୀ, ଜିଆରଏସ କେଦାର ମହାନ୍ତ , ସମାଜସେବୀ ସନ୍ତୋଷ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ଓରାଳି ପଞ୍ଚାୟତ ରେ ସରପଞ୍ଚ ହରିଶ୍ଚନ୍ଦ୍ର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ ପ୍ରମୁଖ ଯୋଗଦେଇ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ପଞ୍ଚାୟତ ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପିଇଓ ଶରତ କୁମାର ଦାସ, ପିଇଓ ମାନସ ଲେଙ୍କା, ଜିତେନ୍ଦ୍ର ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


