ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ବୁଗୁଡା, (ଅନିଲ କୁମାର ମହାରଣା) : ବୁଗୁଡା ପଞ୍ଚାୟତ ସମିତିର ସମ୍ମିଳନୀ କକ୍ଷରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ର ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ଅକ୍ଟୋବର ୩୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ବିଡିଓ ସନ୍ତୋଷ କୁମାର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ଏବଂ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସସ୍ମିତା କର, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ସାଂସଦ ପ୍ରତିନିଧି କବିରାଜ ଗୌଡ଼, ମଦନ ଗୋପାଳ ଦୋରା, ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ୱାଇଁ, କେ.ନୀଳମାଧବ ଆଚାରୀ, ଜିତେନ୍ଦ୍ର କୁମାର ନାୟକ, ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବରଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୁଗୁଡା ବ୍ଳକର “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଆସନ୍ତା ନଭେମ୍ବର ୨ ତାରିଖ ଦିନ ସ୍ଥାନୀୟ ବୁଗୁଡା ପିପୁଲସ ହାଇ ସ୍କୁଲ ପଡିଆରେ ଆୟୋଜନ ହେବାପାଇଁ ସ୍ଥିର ହେବାସହ ଦାୟିତ୍ୱ ବଣ୍ଟନ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ