ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ। ଯୋଜନା ଅଧୀନରେ ଗଞ୍ଜାମ ଜିଲ୍ଲାର ୧୨ଟି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୨ ବ୍ଲକକୁ ୨୫୧.୫୦ କୋଟି ଟଙ୍କାର ଅନୁଦାନ ମିଳିଛି । ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ହେଲା, ଭଞ୍ଜନଗର, ଛତ୍ରପୁର, ଖଲ୍ଲିକୋଟ, ଦିଗପହଣ୍ଡି, ସୋରଡ଼ା, ସାନଖେମୁଣ୍ଡି, ଗୋପାଳପୁର, ଆସ୍କା, ଚିକିଟି, ହିଞ୍ଜିଳି, ପୋଲସରା ଓ କବିସୂର୍ଯ୍ୟନଗର। ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ମୁଖ୍ୟମନ୍ତ୍ରୀ ମାଧ୍ୟମରେ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଗଞ୍ଜାମ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ବୋଲି ପାଣ୍ଡିଆନ କହିଛନ୍ତି।ସରକାରୀ ହସ୍ପିଟାଲ ଯେପରି ବେସରକାରୀ ହସ୍ପିଟାଲ ଭଳି ଆଧୁନିକ ଚିକିତ୍ସା ଯୋଗାଇ ଦେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଆମ ହସ୍ପିଟାଲ ଯୋଜନା ଆରମ୍ଭ କରିଛନ୍ତି। ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଚାଲିଛି । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଏହା ସହିତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ସୁନ୍ଦରପୁର ର ସୁନ୍ଦରେଶ୍ଵର, କଣ୍ଟିଆଗଡ଼ ଥିବା ବଟେଶ୍ୱର ଏବଂ ନୀଳାଦ୍ରୀପୁର ଠାରେ ବିଜେ କରିଥିବା ମା ରାମଚଣ୍ଡୀ ପୀଠ ର ରୂପାନ୍ତରିତ କରଣ ନିମନ୍ତେ ଟଙ୍କା ମଞ୍ଜୁରୀ ହୋଇଛି ବୋଲି ମଧ୍ୟ ସେ କହିଥିଲେ,ଛତ୍ରପୁର ଷ୍ଟାଡିଅମ ଠାରେ ଆୟୋଜିତ କାର୍ଯ୍ୟକ୍ରମ ରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଯୋଗଦେଇ ପ୍ରଥମେ ଜୟ ଜଗନ୍ନାଥ କହିବା ସହିତ ଆମ ଓଡିଶା ନବୀନ ଓଡିଶା ସ୍ଲୋଗାନ ଦେଇ ନିଜ ବକ୍ତବ୍ୟ ଆରମ୍ଭ କରିଥିଲେ, ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି, ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ବିଧାୟକ ଶ୍ରୀ ବେହେରା କହିଥିଲେ । ଛତ୍ରପୁର ନିର୍ବାଚନ ମଣ୍ଡଳିର ୩୩ଟି ପଚାଂୟତରେ ୩୩୬ଟି ପ୍ରକଳ୍ପ ପାଇଁ ୧୬ କୋଟି ୫୦ଲକ୍ଷ ଟଙ୍କା ଅନୁଦାନ ମିଳିଛି, ଏନେଇ ଛତ୍ରପୁର ବ୍ଲକର ସମସ୍ତ ପଂଚାୟତ ର୧୯୮ ଟି ପ୍ରକଳ୍ପ ପାଇଁ ୯ କୋଟି ଟଙ୍କା ର ଅନୁଦାନ ମିଲଛି, ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା କରିଣ କୁମାରୀ ଦାସ, ଉପାଧ୍ୟକ୍ଷା ଏସ. ଶାରଦା ରେଡ୍ଡୀ,୧୯ନଂ ଜିଲ୍ଲାପରିଷଦ ସଭ୍ୟା ରଶ୍ମିତା ନାହାକ,୨୦ନଂ ଜିଲ୍ଲାପରିଷଦ ସଭ୍ୟ ଏମ. ଧନଞ୍ଜୟ ରେଡ୍ଡୀ,୨୧ନଂ ଜିଲ୍ଲାପରିଷଦ ସଭ୍ୟା ଛବିତା ବେହେରା,ଛତ୍ରପୁର ବିଡ଼ିଓ ସୁଶାନ୍ତ କୁମାର ବରାଳ,ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ମୁନା ଦାସ, ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି.ପାପା ରାଓ,ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ, ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ, ଛତ୍ରପୁର ନିର୍ବାଚନ ମଣ୍ଡଳୀର ଯୁବ ବିଜେଡି ସଭାପତି ସନମୁଖ ପଟ୍ଟନାୟକ ଙ୍କ ସମେତ ବହୁ ସରପଞ୍ଚ ଓ ସମିତି ସଭ୍ୟ/ସଭ୍ୟା, ମହିଳା ଏବଂ ବିପୁଳ ଜନସମାଗମ ହୋଇଥିଲା। ଗଞ୍ଜାମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ଓସ୍ୱାନ ହଲ ରେ ଆଭାସୀ ମାଧ୍ୟମରେ ରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଯୋଡି ହୋଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ,ଏହା ସହିତ ନିର୍ଧାରିତ ସମୟରେ କିପରି ପ୍ରକଳ୍ପ ଗୁଡିକର କାମ ସରିବ ସେଥିପାଇଁ ଧ୍ୟାନ ଦିଆଯିବ ବୋଲି ମଧ୍ୟ ଜିଲ୍ଲାପାଳ କହିଥିଲେ