ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଚେତନତା ଶିବିର
ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡ଼ିହି ବ୍ଲକ ପଢ଼ିଆରିପଲ୍ଲୀ, ହାବଳେଶ୍ୱର ଓ ସଡଙ୍ଗ ପଞ୍ଚାୟତ ଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ପଢ଼ିଆରିପଲ୍ଲୀ ପଞ୍ଚାୟତର ସରପଞ୍ଚ ଅଜିତ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାୟକ ଭାଗିରଥି ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଯୁବ ସମାଜସେବି ଅଭିମନ୍ୟୁ ସେଠୀ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ପଢ଼ିଆରିପଲ୍ଲୀ ପଞ୍ଚାୟତ ରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ଯୋଜନା ଗୁଡିକ ଉପରେ ବିଡ଼ିଓ ସୂଚନା ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଲୋକମାନଙ୍କୁ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ପିଇଓ ରମେଶ ଚନ୍ଦ୍ର ମାଝୀ, ଜିଆରଏସ ଜିନତ ଖାତୁନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରବିନ୍ଦ୍ର ରାଉତ ମଞ୍ଚ ସଂଯୋଜନା କରିଥିଲେ। ଏଥିରେ ପୂର୍ବତନ ବ୍ଲକ ଶିକ୍ଷାଅଧିକାରୀ ସୁରଥ କୁମାର ସାହୁ, ଅମୂଲ୍ୟ କୁମାର ମିଶ୍ର, ବଳରାମ ଗିରି, ବୃନ୍ଦାବନ ରାଉତ ଙ୍କ ସମେତ ପଞ୍ଚାୟତ ର ବହୁ ମାନ୍ୟଗଣ୍ୟ ଲୋକ ଉପସ୍ଥିତ ଥିଲେ। ସେହିପରି ହାବଳେଶ୍ୱର ପଞ୍ଚାୟତ ରେ ସରପଞ୍ଚ ରମାକାନ୍ତ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପଞ୍ଚାୟତ ର ସଫଳ ଏସଏସଜି ଗ୍ରୁପର ମହିଳା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପିଇଓ ଶରତ ଦାସ ସେହିପରି ମତାବାଜ ଠାରେ ସଡଙ୍ଗ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଅନ୍ତର୍ଯ୍ୟାମୀ ଖଣ୍ଡେଇଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଯୁବ ସମାଜସେବି ଅଭିମନ୍ୟୁ ସେଠୀ ପ୍ରମୁଖ ଯୋଗଦେଇ ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ରାଜ୍ୟରେ ପ୍ରଚଳନ କରାଯାଇଥିବା ଯୋଜନା ଗୁଡିକ ଉପରେ ମତବ୍ୟକ୍ତ କରିଥିଲେ। ବିଡ଼ିଓ ସଡଙ୍ଗ ପଞ୍ଚାୟତରେ ହୋଇଥିବା ଜନହୀତକର ଯୋଜନା ଗୁଡିକ ର ସୂଚନା ଦେଇଥିଲେ। ଉପସ୍ଥିତ ଲୋକମାନଙ୍କୁ ସରକାରଙ୍କ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ପିଇଓ ମହେଶ୍ୱର ସାହୁ, ଜିଆରଏସ ଗଣେଶ୍ୱର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।