ଆମ ପୋଲିସ ସମିତି ପକ୍ଷରୁ ରକ୍ତଦାନ ଶିବିର : ୧୦୧ ୟୁନିଟ ରକ୍ତ ସଂଗ୍ରହ

ଛତ୍ରପୁର, (ଦେବଦତ୍ତ ମହାରଣା) :-ରକ୍ତ ଦାନ ମହତ୍ ପୁଣ୍ୟ ଏହି ଉଦ୍ଦେଶ୍ୟରେ ଛତ୍ରପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ ପରିସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଥାନା ଅଧିକାରୀ ସତ୍ୟ ରଂଜନ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିର କୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହିତ ରହି ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଥାନା ଅଧିକାରୀ ଶ୍ରୀ ପ୍ରଧାନ ରକ୍ତଦାନ କରି ଏହାର ଶୁଭାରମ୍ଭ କରିଥିଲେ । ଏଥିରେ ୧୦୧ ଜଣ ସ୍ୱେଚ୍ଛାକୃତ ଭାବେ ରକ୍ତଦାତା ରକ୍ତଦାନ କରିଥିଲେ । ଏହି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଛତ୍ରପୁର ଏସଡିପିଓ ଗୌତମ କିଶାନ, କ୍ୟାଡେଟ ଏପିପି ରାଜେଶ କୁମାର ମିଶ୍ରଙ୍କ ସମେତ ବହୁ ଜନପ୍ରତିନିଧୀ ଏବଂ ବିଭିନ୍ନ ଦଳର ରାଜନେତା ମାନେ ଉପସ୍ଥିତ ରହିଥିଲେ । ସମସ୍ତ କାର୍ଯ୍ୟକୁ ଛତ୍ରପୁର ଥାନାର କର୍ମଚାରୀ ମାନେ ପରିଚାଳନା କରିଥିବା ବେଳେ ବ୍ରହ୍ମପୁର ରକ୍ତ ଭଣ୍ଡାର କର୍ମଚାରୀ ରକ୍ତ ସଂଗ୍ରହ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ