ଆରମ୍ଭ ହେଲା କୁକୁଡା ମରା ଅଭିଯାନ

ଭୁବନେଶ୍ୱର- ବାର୍ଡ ଫ୍ଲୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ଓୟୁଏଟିରେ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି । କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି । କୁକୁଡ଼ା ମରା ଓ ରୋଗ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ୧୨ଟି ତ୍ବରିତ କାର‌୍ୟ୍ୟକାରୀ ଦଳ ଗଠନ କରାଯାଇଛି । ସେଥିମଧ୍ୟରୁ ୭ଟି ଦଳ କୁକୁଡ଼ା ମରା କାର‌୍ୟ୍ୟରେ ନିୟୋଜିତ ହୋଇଥିବା ବେଳେ ଅନ୍ୟ ୫ଟି ଦଳ ନିରୀକ୍ଷଣ ଅଞ୍ଚଳରେ ରୋଗ ନିୟନ୍ତ୍ରଣ କାର‌୍ୟ୍ୟରେ ନିୟୋଜିତ ହୋଇଛନ୍ତି । ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ୧ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ଓ ୧୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ମରାଯାଇ ଗଭୀର ଗାତରେ ପୋତି ଦିଆଯିବ । ମାଟି ଘୋଡ଼ାଇବା ପୂର୍ବରୁ ସେଥିରେ ଚୂନ ଓ ବ୍ଲିଚିଂ ପାଉଡର ପରି ବିଶୋଧକ ପ୍ରୟୋଗ କରାଯିବ । ସଂକ୍ରମିତ ଅଞ୍ଚଳର ରାସ୍ତାଘାଟ ଓ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନକୁ ମଧ୍ୟ ବ୍ଲିଚିଂ ପାଉଡର ଦ୍ୱାରା ବିଶୋଧନ କରାଯିବାର ବ୍ୟବସ୍ଥା ହୋଇଛି । ଏହା ପରେ ଘରକୁ ଘର ବୁଲି ଯେଉଁମାନେ କୁକୁଡ଼ା ରଖିଛନ୍ତି ସେଗୁଡ଼ିକୁ ମାରିବାର ବ୍ୟବସ୍ଥା କରାଯିବ । ନିରୀକ୍ଷଣ ଅଞ୍ଚଳରେ ନିୟୋଜିତ ଥିବା ତ୍ବରିତ କାର‌୍ୟ୍ୟକାରୀ ଦଳ ନିୟମିତ ବ୍ୟବଧାନରେ କୁକୁଡ଼ାଙ୍କ ରକ୍ତ, ଲାଳ ଓ ମଳ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବେ । ସେହିପରି ବାର୍ଡ଼ ଫ୍ଲୁକୁ ସଂକ୍ରମଣ ସଂପର୍କିତ ନିୟମାବଳୀ ଜାରି କରାଯାଇଛି ଜ୍ଝ ରାଜ୍ୟ ସରକାରଙ୍କ ପକ୍ଷରୁ ଜୀବାଣୁମୁକ୍ତ ପ୍ରମାଣପତ୍ର ପ୍ରଦାନର ୯୦ ଦିନ ପରେ ସଂକ୍ରମିତ ଅଞ୍ଚଳରେ କୁକୁଡ଼ା ଓ କୁକ୍କୁଟଜାତୀୟ ପଦାର୍ଥର ବ୍ୟବସାୟ କରାଯାଇପାରିବ । ସରକାରଙ୍କ ପକ୍ଷରୁ ଲୋକଙ୍କୁ ବାର୍ଡ ଫ୍ଲୁ ବାବଦରେ ସଚେତନ କରିବାକୁ ସଚେତନତା କାର‌୍ୟ୍ୟକ୍ରମ ହେବ। ଏହି ରୋଗ ମୁଖ୍ୟତଃ ଏଚ୍୫ ଏନ୍୧ ପ୍ରକାରର ଇନ୍ଫ୍ଲୁୟେଞ୍ଜା ଭୂତାଣୁ ଯୋଗୁ ହୋଇଥାଏ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ