ଆର୍ଯ୍ୟକନ୍ୟା ଗୁରୁକୂଳ ଆଶ୍ରମ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ
ବେଲଗୁଣ୍ଠା,(ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ତନରଡା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୂଳ ଆଶ୍ରମ ଉଚ୍ଚ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଡ଼ାକ୍ତର ପୋଲେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ କୁମାର ନାୟକ ଯୋଗ ଦେଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ I ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ସେଠୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ତଥା ଆରତୀ ଶତପଥି, ତନୁ ବେହେରା, ଅକ୍ଷୟ କୁମାର ଜେନା, ଅରବିନ୍ଦ କୁମାର ସାହୁ, ସନତ୍ କୁମାର ଗୌଡ଼ ଏବଂ ଅଜିତ୍ କୁମାର ଷଡ଼ଙ୍ଗୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I


