ଆଶା-ଗାଁ’କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

ବାଲେଶ୍ୱର, (ସରୋଜ ପଣ୍ଡା):ଆଶାକର୍ମୀ, ଗାଁ କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତିର ଜିଲ୍ଲା ସମ୍ମିଳନୀ ସ୍ଥାନୀୟ ଆୟୁଷ୍ମାନ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛ । ବାଲେଶ୍ୱର ଜିଲ୍ଲା ପରିଷଦ ସଭାପତି ନାରାୟଣ ପ୍ରଧାନ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ ସହ ପ୍ରାଥମିକ ସ୍ୱାସ୍ଥ୍ୟକର୍ମୀମାନେ ସାମାଜିକ ଚେତନାର ବାର୍ତ୍ତାବହ ବୋଲି ମତ ପ୍ରକାଶ କରିଥିଲେ । ସ୍ୱାସ୍ଥ୍ୟ କର୍ମୀମାନେ ନିଜକୁ ଜଣେ ଜଣେ ସାମାଜିକ ଯୋଦ୍ଧା ଭାବି ସେବା କରିବାକୁ ସେ ଆହ୍ୱାନ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଶାକର୍ମୀ, ଗାଁ କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତିର ସଦସ୍ୟାମାନେ ଯଥାର୍ଥରେ ସମାଜକୁ ଆଶାର କିରଣ ପ୍ରଦାନ କରୁଛନ୍ତି ବୋଲି କହିଥିଲେ । ସେମାନେ ନିଷ୍ଠାପୂର୍ଣ୍ଣ ସେବା ଦ୍ୱାରା ସମସ୍ତଙ୍କର ଶ୍ରଦ୍ଧାଭାଜନ ହୋଇ ପାରିଛନ୍ତି ବୋଲି ସେ ମତବ୍ୟକ୍ତ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୁଲାଳସେନ ଜଗଦେଓ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ କୁନ୍ତଳା କୁମାରୀ ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶଶାଙ୍କ ଶେଖର ଚୌଧୁରୀ, ଡାକ୍ତର ପରେଶ ଚନ୍ଦ୍ର ନନ୍ଦୀ, ଡାକ୍ତର ସୁମିତ୍ରା ଦେ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମୃତୁଞ୍ଜୟ ମିଶ୍ର ପ୍ରମୁଖ ଏଥିରେ ସମ୍ମାନିତ ଅତଥି ଭାବେ ଯୋଗଦେଇ ଆଶାକର୍ମୀ, ଗୀ କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମକୁ ରୂପାୟନ କରିବାରେ ସେମାନଙ୍କର ଯୋଗଦାନକୁ ଭୂୟସୀ ପ୍ରଶଂସା କରିଥିଲେ । ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରଞ୍ଜନ କୁମାର ନାୟକ ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସିମିତିର ସଫଳ କାର୍ଯ୍ୟଧାରା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିବା ବେଳେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଜିଲ୍ଲା ପ୍ରକଳ୍ପ ସଂଯୋଜକ ଅନୀଲ କୁମାର ମହାନ୍ତି ବାର୍ଷିକ ସମ୍ମିଳନୀର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇଥିଲେ । ଡେପୁଟି ମ୍ୟାନେଜେର ଏଲିନା ସାମଲ ମଞ୍ଚ ପରିଚାଳନା କରିଥିଲେ । ଉଲେଖନୀୟ କାର୍ଯ୍ୟ ପାଇଁ ଶ୍ରେଷ୍ଠ ଆଶାକର୍ମୀ, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତିକୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା । କମ୍ୟୁନିଟି ମ୍ୟାନେଜର ସୂର୍ଯ୍ୟଜିତ ରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମ ପରିଚାଳନାରେ ସୁରେନ୍ଦ୍ର ସାହୁ, ଆଲୋକ କୁମାର ପତି, ବିଶ୍ୱରଂଜନ ନାୟକ, ମାନସ ରଞ୍ଜନ ସାମନ୍ତ, ଶାଶ୍ୱତୀ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ