ଆସନ୍ତା ୧୨ରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଚଳିତମାସ ୧୨ତାରିଖରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳନ କରାଯିବ । ଏହି ଉପଲକ୍ଷେ ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ଡା. ବାସୁଦେବ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା, ମୁଖ୍ୟବକ୍ତା ଭାବେ ଭୁବନେଶ୍ୱରସ୍ଥିତ ନବକୃଷ୍ଣ ଚୈାଧୁରୀ ଉନ୍ନୟନ ଶିକ୍ଷାକେନ୍ଦ୍ରର ପ୍ରାକ୍ତନ ପ୍ରଫେସର କିଶୋର ଚନ୍ଦ୍ର ସାମଲ, ସମ୍ମାନୀତ ଅତିଥି ଭାବେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ଡଃ. ସଚିଦାନନ୍ଦ ମହାନ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହି ଅବସରରେ ଜାତୀୟ ପୁରସ୍କାରପ୍ରାପ୍ତ ବାନ୍ଧକଳା ଶିଳ୍ପୀ ସୁକାନ୍ତି ମେହେରଙ୍କୁ ‘ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଜଣାଇଛନ୍ତି ।