ଆସନ୍ତା ୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆସନ୍ତା ୧୮ ତାରିଖ ସଖାଳ ୧୦ଟା ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ | ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ କରିବା ପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ସୂଚନା ମିଳିଛି | ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ ପରୀକ୍ଷା ଦେଇଛନ୍ତି | ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ହୋଇଥିଲା | ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତା ର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ଧରି ଚାଲିଥିଲା |