ଆସିକାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ
ଆସିକା, (ଯୁଗାବ୍ଦ ନ୍ୟୁଜ):ଓଡିଶା ସରକାରଙ୍କ ଶକ୍ତି ବିଭାଗର ପରାମର୍ଶ ଏବଂ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ, ଜିଲ୍ଲା ଶିକ୍ଷା ବିଭାଗ, ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଆସିକା ବ୍ଳକ ଅନ୍ତର୍ଗତ ଗୁଣ୍ଠପଡା ସ୍ଥିତ ଜଗଦଳପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ସଭାପତିତ୍ୱ କରିଥିଲା ବେଳେ ମୁଖ୍ୟ ଅତିଥି ରୂପେ ହରିଡାପଦର ଗ୍ରାମ ପଂଚାୟତର ମଣ୍ଟାପଡା ଗ୍ରାମରେ ଥିବା ମା ରତ୍ନମାଳୀ ହାଇସ୍କୁଲର ପ୍ରଧାନଶିକ୍ଷକ ତାରା ପ୍ରସାଦ ମିଶ୍ର ଯୋଗଦେଇ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନର ଲକ୍ଷ୍ୟ, ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ବହୁ ଶିକ୍ଷଣୀୟ ପରାମର୍ଶ ପ୍ରଦାନ କରିବା ସାଙ୍ଗକୁ ଛାତ୍ରଛାତ୍ରୀମାନଙ୍କୁ ଶକ୍ତି ସଂରକ୍ଷଣର ଆବଶ୍ୟକତା, ଶକ୍ତିର ସଦୁôପଯୋଗ ଓ ଦୁରୁପଯୋଗ ଉପରେ ମାର୍ଗଦର୍ଶନ କରିଥିଲେ । ଜଗଦଳପୁର ଉଚ୍ଚ ବିଦ୍ୟାଳୟ ଗୁଣ୍ଠପଡାର ଏନର୍ଜି କ୍ଳବ୍ର ଦାୟିତ୍ୱରେ ଥିବା ସହକାରୀ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ପ୍ରଚେଷ୍ଟାରେ ଅନୁଷ୍ଠିତ ହୋଇଥିବା ଏହି ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ଉଦ୍ବୋଧନ ଦେଇ ଶକ୍ତି ସଂରକ୍ଷଣ କରି ସବୁଜ ପୃଥିବୀ ଗଢିବାରେ ଛାତ୍ରଛାତ୍ରୀମାନେ ନିଜକୁ ସାମିଲ୍ କରିବାରେ ଆହ୍ୱାନ କରିଥିଲେ । ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିଲା ବେଳେ ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ସହକାରୀ ଶିକ୍ଷକ ସୁଶିଲ୍ ମୋହନ ପାତ୍ର, ସୁନିତା ପରିଚ୍ଛା, ସନ୍ଧ୍ୟାରାଣ ବେହେରା, ମନ୍ଦାକିନୀ ପ୍ରଧାନ, ଜି.ଆନନ୍ଦ ପାତ୍ର, ଇଶ୍ୱରୀ ମହାପାତ୍ର, କିରାଣୀ ସୁଶ୍ରୀ ଆଶାଲତା ପ୍ରଧାନଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ସଚେତନ ନାଗରିକ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା ।