ଆହୁରି ୩୬ ଘଣ୍ଟା କାଚିବ

ଭୁବନେଶ୍ୱର: ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ବର୍ଷା ସ୍ଥିତିକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁରରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୨ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଛି । ତେଣୁ ବର୍ଷା ଯୋଗୁଁ ଆସନ୍ତା ୨ଦିନ ଯାଏଁ ଗଭୀର ସମୁଦ୍ରକୁ ମତ୍ସ୍ୟଜୀବୀମାନଙ୍କୁ ଯିବାକୁ ବାରଣ କରାଯାଇଛି।
ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ବଲାଙ୍ଗୀର, ବରଗଡ଼ ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି ସହ ଝଡ଼ବର୍ଷା ହେବ। ଏହି ସବୁ ଅଞ୍ଚଳରେ ମଧ୍ୟ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେହିପରି ୨୨ତାରିଖ ସକାଳୁ ୨୩ ତାରିଖ ଅପରାହ୍ନ ପର୍ୟ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହ ଝଡ଼ବର୍ଷା ହେବ । ଆସନ୍ତା ୪ରୁ ୫ଦିନ ମଧ୍ୟରେ ରାଜ୍ୟର ତାପମାତ୍ରାରେ କିଛି ପରିବର୍ତ୍ତନ ଦେଖାଯିବ ନାହିଁ। ଅଧିକାଂଶ ସ୍ଥାନରେ କୋହଲା ପାଗ ରହିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ