ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ
କଳାହାଣ୍ଡି,(ୱାଇଏନ୍ଏସ୍): ସର୍ଦାର ବଲ୍ଲବ ଭାଇ ପଟେଲ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରେ ପାଳିତ ହେଉଥିବା କୃଷକ ଅଧିକାର ଦିବସ ଅବସରେ କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦିଆଯାଇଛି । ଜିଲ୍ଲା ସଭାପତି ଭାରତ ବେମାଲ ଓ ଯୁବ ନେତା ସାଗର ଚରଣ ଦାସ ଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଏହି ଗଣଧାରଣରେ ସାମିଲ ହୋଇ କେନ୍ଦ୍ର ସରକାରଙ୍କ ଦ୍ଵାରା କୃଷି ଓ କୃଷି ଶ୍ରମିକ ଆଇନକୁ ବିରୋଧ କରି ରାଷ୍ଟ୍ରପତିଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକ ପତ୍ର ଜିଲ୍ଲା ପ୍ରଶାସନକୁ ପ୍ରଦାନ କରିଥିଲେ ।