ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର
ଶେଷରେ ବିଜେପି ପ୍ରାର୍ଥୀ ଭୂଦାନ ମୁର୍ମୁଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୂଦାନ ମୁର୍ମୁ ଜଣେ ଡାକ୍ତର। ସେ ମୟୂରଭଞ୍ଜ ଜିଲ୍ଲା ଭାଲୁକି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚାକିରି କରୁଥିଲେ। ସାଧାରଣ ନିର୍ବାଚନ ଲଢ଼ିବା ପାଇଁ ସେ ୬ ମାସ ତଳୁ ତାଙ୍କ ଇସ୍ତଫାପତ୍ର ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ପଠାଇ ଦେଇଥିଲେ। ହେଲେ ଗତକାଲି ପର୍ୟ୍ୟନ୍ତ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗ୍ରହଣ କରି ନଥିଲେ। ଏଥିପାଇଁ ଡାକ୍ତର ଭୂଦାନ ମୁର୍ମୁ ଭାରି ବ୍ୟସ୍ତ ହୋଇପଡ଼ିଥିଲେ। କାରଣ ବିଜେପି ତାଙ୍କୁ ମୟୂରଭଞ୍ଜର ସାରସକଣା ବିଧାନସଭା ଆସନରୁ ପ୍ରାର୍ଥୀ କରିଛି ଓ ଏଥିପାଇଁ ଆସନ୍ତ ୯ ତାରିଖ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ।


