ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ ଖୋଳଖାଳି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଖୋଳଖାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ର ଓ ଏସଏମସି ସଭାପତି ପ୍ରେମାନନ୍ଦ ବାରିକ ଲୋଗୋ ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଓ ଶିକ୍ଷକ ବୃନ୍ଦ ସଂଯୁକ୍ତା ରାଣୀ ଖାଡଙ୍ଗା, ମଞ୍ଜୁଲତା ପ୍ରଧାନ, ସୁନିତା ମହାପାତ୍ର, ସସ୍ମିତା କୁମାରୀ ଦାଶ, ସଂଗ୍ରାମ କେଶରୀ ରା, ପ୍ରଜ୍ଞା ପରମିତା, ବିନ୍ଦୁଶ୍ରୀ ବିଶ୍ୱାଳ, ସିଲିଆ ସାହୁ ଓ ଅନ୍ତଃନିବେସୀ ଶିକ୍ଷା ସ୍ୱେଚ୍ଛାସେବୀ ଦୀପକ କୁମାର ସେଠୀ ଯୋଗ ଦେଇ ଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।