ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ କାଦପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାନୁଆରୀ ୧୯ ତାରିଖ ଦିନ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ମୟକ, ଏସଏମସି ସଭାପତି ସଞ୍ଜୟ କୁମାର ବାଡତ୍ୟା, ସହକାରୀ ଶିକ୍ଷକ ପ୍ରଭାକର ମଲ୍ଲିକ, ଡାକ୍ତର ସେଠୀ, ଓ ବଳରାମ ପ୍ରଧାନ ଏବଂ ଶିକ୍ଷୟିତ୍ରୀ ଅଳକାନନ୍ଦା ପାତ୍ର ଓ ରିଙ୍କିନା ନିଶଙ୍କ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ