ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ପାଙ୍ଗିଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପାତ୍ର, ଏସଏମସି ସଭାପତି ବସନ୍ତ କୁମାର ସାହୁ, ସହକାରୀ ଶିକ୍ଷକ ଶିବରାମ ପାତ୍ର,ଓ ଅଜୟ କୁମାର ସାହୁ ଏବଂ ସହକାରୀ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସେଠୀ, ନିର୍ମାଳା ମିଶ୍ର, ଭାରତୀ ଦାସ, ଭାରତୀ ରଣା ଓ ସସ୍ମିତା ମହାନ୍ତି ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ/ ଶିକ୍ଷୟିତ୍ରୀ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ