ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗ ବିଦ୍ୟାଳୟରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ମୋଟାବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ତ୍ରିପାଠୀ, ସହକାରୀ ଶିକ୍ଷକ ଗୋକୁଳ ପ୍ରଧାନ, ଏବଂ ସହକାରୀ ଶିକ୍ଷୟିତ୍ରୀ ସୁମିତା କୁମାରୀ ପ୍ରଧାନ, ସବିତା କୁମାରୀ ପ୍ରଧାନ, ବିଷ୍ଣୁପ୍ରିୟା ପୋଲାଇ ଓ ମିତାରାଣୀ ସ୍ବାଇଁ ଯୋଗ ଦେଇଥିଲେ। ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ