ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ମେଳା

ବେଲଗୁଣ୍ଠା, (ଶିବରାମ ଚୌଧୁରୀ) :ଆଜି ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ସରକାରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଚଳିତ ବର୍ଷର ପୋଷାକ ବିତରଣ ମେଳା ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ହରିଶଙ୍କର ଆଚାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରାଜେନ୍ଦ୍ର ଗୌଡ଼ ଏବଂ ପଞ୍ଚାୟତ ସମିତି ସଭ୍ୟା ପ୍ରତିନିଧି ରଙ୍କନିଧି ପରିଛା ଯୋଗ ଦେଇ ଉତ୍ତମ ଶିକ୍ଷା ଗ୍ରହଣ ଏବଂ ଚରିତ୍ର ଗଠନ ଉପରେ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁ, ଶିକ୍ଷକ ଜୟରାମ ବିଶ୍ୱାଳ ଏବଂ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏକ ପୋଷାକ ଏବଂ ଜୋତା ପ୍ରଦାନ କରାଯାଇଥିଲା I କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଶ୍ୟାମଘନ ଗୌଡ ଧନ୍ୟବାଦ ଜ୍ଞାପନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ