ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କବାଡି ପ୍ରତିଯୋଗିତା, ବାଲିପଦର ଟିମ ଚମ୍ପିୟାନ

ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ୍ ଅନ୍ତର୍ଗତ ବର୍ତ୍ତିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦ ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟିମକୁ ନେଇ ଅନ୍ତଃ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କବାଡି ପ୍ରତିଯୋଗିତା ଡିସେମ୍ବର ୮ ତାରିଖ ଦିନ ଆରମ୍ଭ ହୋଇଥିଲା। କବାଡ଼ି ଟୁର୍ଣ୍ଣାମେଣ୍ଟ କାର୍ଯ୍ୟକ୍ରମକୁ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିଲେ। ଫାଇନାଲ ମ୍ୟାଚ ପୋଡାମାରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିମ ଓ ବାଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିମ ମଧ୍ୟରେ ଡିସେମ୍ବର ୧୦ ତାରିଖ ଦିନ ଅନୁଷ୍ଠିତ ହୋଇଥିଲା। ଫାଇନାଲରେ ମ୍ୟାଚରେ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିମ ସାତ ପଏଣ୍ଟରେ ବିଜୟୀ ହୋଇ ଚମ୍ପିୟାନ ଟ୍ରଫି ହାସଲ କରିଛି। ପୋଡାମାରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିମ ରନର୍ସ ଅପ ଟ୍ରଫି ଗ୍ରହଣ କରିଛି। ଉଦଯାପନି କାର୍ଯ୍ୟକ୍ରମରେ ବର୍ତ୍ତିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସଚ୍ଚୀନ୍ଦ୍ର କୁମାର ମିଶ୍ର ଓ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ସେନାପତି ଉଭୟ ଟିମକୁ ଟ୍ରଫି ପ୍ରଦାନ କରିଥିଲେ। ବର୍ତ୍ତିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ