ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ମଙ୍ଗଳବାରଠାରୁ ୨ ଦିନ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର ସହ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ନେଇ କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୁରଭଞ୍ଜ, କେନ୍ଦୁଝର ୯ଟି ଜିଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଜାନୁଆରୀ ୩୦ରୁ ସାରା ରାଜ୍ୟରେ ୨ରୁ ୩ ଦିନ ଘନ କୁହୁଡ଼ି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ