ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ

କରଞ୍ଜିଆ, (ଯୁଗାବ୍ଦ ନ୍ୟୁଜ) :- ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ପାଞ୍ଚପିଢ଼ ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ସଂଗୀତ ମହାବିଦ୍ୟାଳୟ ଠାରେ ଉପଖଣ୍ଡ ସୂଚନା ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳନ କରାଯାଇଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତଥା ରାଜସ୍ବ ଅଧିକାରୀ ଶ୍ରୀଯୁକ୍ତ ମନ୍ମଥନାଥ ମଲ୍ଲିକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଭାରପ୍ରାପ୍ତ ଉପଜିଲ୍ଲାପାଳ ତଥା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଦେବଦତ୍ତ ମହାନ୍ତ, ସ୍ୱତନ୍ତ୍ର ଅତିଥି ରୂପେ କରଞ୍ଜିଆ ଏନଏସି ଅଧ୍ୟକ୍ଷା ଶ୍ରୀମତୀ ପପି ପୃଷ୍ଟି,କରଞ୍ଜିଆ ସଂଗୀତ ମହାବିଦ୍ୟାଳୟ ଅଧକ୍ଷ କରୁଣାକର ଦାଶ, ମୁଖ୍ୟବକ୍ତା ଭାବେ କାଦଡିହା ଡିଗ୍ରୀ ମହାବିଦ୍ୟାଳୟ ଅଧକ୍ଷ ଭାଗବତ ଲେଙ୍କା ଯୋଗ ଦେଇଥିଲେ । ସଭା ପ୍ରାରମ୍ଭ ରେ ମହାପ୍ରଭୁ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ପରେ ଅତିଥି ଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ତା ପରେ ଉପସ୍ଥିତ ଅତିଥି ଏବଂ କରଞ୍ଜିଆ ର ବିଶିଷ୍ଟ ବ୍ୟକ୍ତି ସ୍କୁଲ କଲେଜ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ବନ୍ଦେଉତ୍କଳ ଜନନୀ ଗାନ କରାଯାଇଥିଲା ବରିଷ୍ଠ କବି ଭରତଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ସଭାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ ଏହା ପୂର୍ବରୁ ଉପଖଣ୍ଡ ପ୍ରଶାସନ ତରଫରୁ ସକାଳୁ ସହର ର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା ନେତାଜୀ ଛକରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ପ୍ରତିମୂର୍ତ୍ତି, କଚେରୀ ପରିସର ରେ ଥିବା ଉତ୍କଳଗୌରବ ମଧୁସୁଦନ ଦାସଙ୍କ ପ୍ରତିମୂର୍ତ୍ତି, କରଞ୍ଜିଆ ଗୋଲେଈ ଠାରେ ଥିବା ମୟୁରଭଞ୍ଜ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା ଉପଜିଲ୍ଲାପାଳ ଙ୍କ ସହିତ ରାଜସ୍ବ ଅଧିକାରୀ ମନ୍ମଥନାଥ ମଲ୍ଲିକ, ସାମ୍ବାଦିକ ଓ ବୁଦ୍ଧିଜୀବୀ ମନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ