ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା , ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 101ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 98ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 3ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ 8ଟି ଅଭିଯାଗର ଫଇସଲା କରିଥିଲେ। ,ଏବଂ ଜଣେ ଭିନ୍ନକ୍ଷମ ଙ୍କୁ ଗୋଟିଏ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା| ଆଜିର ଅଭିଯୋଗ ସମୟରେ ,ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା ଉପରେ ଥିଲା, ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ବେହେରା,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ , ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୂର୍ତ୍ତ ବିଭାଗ ଏସ,ଡି,ଓ ଭଞ୍ଜନଗର ପ୍ରତାପ ନାୟକ, ଭଞ୍ଜନଗର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା,ଭଂଜନଗର , ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର , ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l