ଏକାଡେମିକ୍ ଇଣ୍ଟରନେସନାଲ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ
ବନ୍ତ, (ଯୁଗାଦ୍ଧ ନ୍ୟୁଜ) : ବନ୍ତ ବ୍ଲକ ଗଣିଜାଙ୍ଗସ୍ଥିତ ଏକାଡେମିକ୍ ଇଣ୍ଟରନେସନାଲ ସ୍କୁଲରେ ୫ମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉପାଧ୍ୟକ୍ଷ ସନ୍ତୋଷ କୁମାର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ ତଥା ବରିଷ୍ଠ ଶିକ୍ଷକ ଏସ୍.ସଲିମ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଲକ୍ଷ୍ମୀଧର ସାହୁ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ଉତ୍ସବକୁ ଉଦ୍ଘାଟନ କରିଥିଲେ । ଦୁଇ ଦିନ ଧରି ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତାରେ ୧୦୦ ମି., ୨୦୦ ମି. ଦୌଡ, ସଟ୍ଫୁଟ୍, ଜେଭଲିନ୍, ଡିସ୍କସ୍ ଥ୍ରୋ, ଲମ୍ବ, ଉଚ୍ଚ ଡିଆଁ, ମ୍ୟୁଜିକ୍ ଚେୟାର, ପୁଚି ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କ୍ରୀଡା ଶିକ୍ଷୟିତ୍ରୀ ସୁନୀତା ଧଳ ସମସ୍ତ କ୍ରୀଡାକୁ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ସହାୟତା କରିଥିଲେ ।