ଏଣିକି ବିଜୁଳି ସଂଯୋଗ ଅନଲାଇନରେ

ଭୁବନେଶ୍ୱର : ‘ଓଡ଼ିଶା ବିଜୁ ସଂଯୋଗ’ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ୍‌ କରି ଉପଭୋକ୍ତାମାନେ ୪୮ ଘଣ୍ଟାରେ ନୂତନ ବିଦ୍ୟୁତ ସଂଯୋଗ ପାଇପାରିବେ। ସେଗୁଡ଼ିକର ତଥ୍ୟ ୱେବ୍‌ ଓ ନିଜର ଅତ୍ୟାଧୁନିକ ମୋବାଇଲରେ ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଉପଲବ୍ଧ ହେବ । ରାଜ୍ୟର ସବୁ ଅଞ୍ଚଳର ଉପଭୋକ୍ତାମାନେ ଅନ୍‌ଲାଇନ୍‌ ଦ୍ୱାରା ନିଜର ମାସିକ ବିଦ୍ୟୁତ୍‌ ଦେୟ ପ୍ରଦାନ କରିପାରିବେ । ସଂପ୍ରତି ପ୍ରି ପେଡ୍‌ ୱାଲେଟ୍‌ ପ୍ରକ୍ରିୟାକରଣ କାର୍ଯ୍ୟ ଚାଲିଛି । ଏହା ଦ୍ୱାରା ଉପଭୋକ୍ତାମାନଙ୍କ ଗୃହକୁ ଯାଇ ବିଦ୍ୟୁତ ଦେୟ ସଂଗ୍ରହ ହେବ । ଉକ୍ତ ସମୟରେ ଅନ୍‌ଲାଇନ୍‌ ଅର୍ଥ ପୈଠ କଲେ ଅତିରିକ୍ତ ୨ ପ୍ରତିଶତ ଉପଭୋକ୍ତାଗଣ ପାଇପାରିବେ । ଉପଭୋକ୍ତାଗଣ ନିକଟସ୍ଥ ପୋଷ୍ଟ ଅଫିସକୁ ଯାଇ ଅର୍ଥ ପାଇଠ କରିପାରିବେ ଏବଂ ନିଜର କାର୍ଡ ଜରିଆରେ ମଧ୍ୟ ବିଦ୍ୟୁତ ଦେୟ ପଇଠ କରିପାରିବେ ବୋଲି ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ପ୍ରକାଶ କରିଛନ୍ତି।
ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରେ ବଞ୍ଚିବ ହେବେ ନାହିଁ, ସେହି ଦିଗରେ ବିଭାଗ ସଦାସର୍ବଦା ଯତ୍ନବାନ ହେବା ଆବଶ୍ୟକ । ଉପଭୋକ୍ତାଗଣ କିଭଳି ଅତି ସହଜରେ, ସ୍ବଳ୍ପ ସମୟରେ ନିଜ ଗୃହକୁ ବିଦ୍ୟୁତ ସଂଯୋଗ ପାଇବେ, ତା’ର ସରଳ ପ୍ରକ୍ରିୟାକରଣ ଏବଂ ବିଦ୍ୟୁତ୍‌ ଦେୟ ସଂଗ୍ରହ ଦିଗରେ ମଧ୍ୟ ପ୍ରଦାନ କରାଯାଉଥିବା ସେବା ସମ୍ପର୍କିତ ତଥ୍ୟଗୁଡ଼ିକ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଗୋଟିଏ ପ୍ରକାର ପାରିଶ୍ରମିକ ପ୍ରଦାନ କରାଯାଇ ବିଦ୍ୟୁତ୍‌ ଦେୟ ସଂଗ୍ରହ କରାଯିବାର କାର୍ଯ୍ୟକାରିତା ନେଇ ବୈଠକରେ ଆଲୋଚନା ହୋଇଥିଲା। ଫୋନ୍‌ ଦ୍ୱାରା ୨୪ଘଣ୍ଟିଆ ଗ୍ରାହକମାନଙ୍କ ଅଭିଯୋଗ ଗ୍ରହଣ କରିବା ଏବଂ ସେଗୁଡ଼ିକର ସମାଧାନ ଦିଗରେ କିଭଳି ପଦକ୍ଷେପ ଗ୍ରହଣ କରାଯାଉଛି ସେ ନେଇ ମନ୍ତ୍ରୀ ଅବଗତ ହୋଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ