ଏଣିକି ମିଳିବ ତତ୍କାଳ ପାନ୍ ନମ୍ବର

ନୂଆଦିଲ୍ଲୀ: ଏଣିକି ମିଳିବ ତତ୍କାଳ ପାନ୍ ନମ୍ବର। କେନ୍ଦ୍ରୀୟ ବଜେଟର ଘୋଷଣା ଅନୁସାରେ କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆନୁଷ୍ଠାନିକ ଭାବେ ତତ୍କାଳ ପାନ୍ ନମ୍ବର ପ୍ରଦାନ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି ସୁବିଧା ବୈଧ ଆଧାର ନମ୍ବର ଏବଂ ସେଥିରେ ପଞ୍ଜୀକୃତ ମୋବାଇଲ ନମ୍ବର ଧାରକଙ୍କୁ ମିଳିପାରିବ। ଏହି ନମ୍ବର ପ୍ରଦାନ ପ୍ରକ୍ରିୟାରେ ଇ-ପାନ୍ ନମ୍ବର ଆବେଦନକାରୀଙ୍କୁ ବିନା ମୂଲ୍ୟରେ ଯୋଗାଇ ଦିଆଯିବ। ତତ୍କାଳ ପାନ୍ ପାଇଁ ଆବେଦନ ପ୍ରକ୍ରିୟା ଖୁବ ସରଳ କରାଯାଇଛି। ତତ୍କାଳ ପାନ୍ ପାଇବାକୁ ଇଚ୍ଛୁକ ବ୍ୟକ୍ତି ଆୟକର ବିଭାଗର ଇ-ଫାଇଲିଂ ୱେବସାଇଟକୁ ଯାଇ ତାଙ୍କର ବୈଧ ଆଧାର ନମ୍ବର ଓ ପରେ ପରେ ତାଙ୍କର ଆଧାର ପଞ୍ଜୀକୃତ ମୋବାଇଲରେ ଆସିଥିବା ଓଟିପିକୁ ଦେବେ। ଏହି ପଦ୍ଧତି ସଫଳତାର ସହିତ କରିସାରିବା ପରେ ଏକ 15 ଅଙ୍କ ବିଶିଷ୍ଟ ସ୍ଵୀକାରୋକ୍ତି ନମ୍ବର ସୃଷ୍ଟି ହେବ। ଯଦି ଆବଶ୍ୟକ ହୁଏ, ଆବେଦନକାରୀ ଯେକୌଣସି ସମୟରେ ତାଙ୍କ ବୈଧ ଆଧାର କାର୍ଡ ନମ୍ବର ଦେଇ ଏହାର ସ୍ଥିତି ସମ୍ପର୍କରେ ଜାଣିପାରିବେ ଓ ନମ୍ବର ପ୍ରଦାନ କରାଗଲା ପରେ ଏହି ଇ-ପାନ୍ ନମ୍ବରକୁ ଡାଉନଲୋଡ କରିପାରିବେ। ଆଧାର ସହିତ ଯଦି ଆବେଦନକାରୀଙ୍କ ଇ-ମେଲ ଆଇଡି ପଞ୍ଜୀକୃତ ହୋଇଥାଏ ତେବେ ଏହି ଇ-ପାନ୍ ନମ୍ବର ସେଠାକୁ ପଠାଯିବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ