ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ
ଜାମ୍ମୁ କାଶ୍ମୀର : ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାର କାଙ୍ଗାନ ଅଞ୍ଚଳରେ ଆଜି ସକାଳେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ନିହତ ୩ ଜଣ ଆତଙ୍କବାଦୀ ଜୈଶ ଆତଙ୍କବାଦୀ ହୋଇଥିବା ସୂଚନା ମିଳିଛି । ସୁରକ୍ଷା ବାହିନୀ ମଧ୍ୟ ଆତଙ୍କବାଦୀଙ୍କ କବଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବଦ କରିଛି । ପୁଲୱାମାର କାଙ୍ଗାନ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତ ସମ୍ପର୍କରେ ସୂଚନା ପାଇଥିଲା ଭାରତୀୟ ସୁରକ୍ଷା ବାହିନୀ କାଙ୍ଗାନ ଅଞ୍ଚଳରେ ଅବରୋଧ କରିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ । ଏହପରେ ସୁରକ୍ଷା ବାହିନୀ ମଧ୍ୟ ଗୁଳି ଚଳାଇଥିଲା । ଗୁଳି ଚଳାଇବା ପରେ ସର୍ଚ୍ଚ ଅପରେସନ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା ଏବଂ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ୩ ଜଣ ଜୈଶ ଆତଙ୍କବାଦୀ ନିହତ ହୋଇଥିଲେ ।