ଏନୱାଇକେ ପକ୍ଷରୁ ରକ୍ତ ଦାନ ଶିବିର
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରିଡା ମନ୍ତ୍ରଣାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ର ତରଫରୁ ଶ୍ୟାମା ପ୍ରସାଦ ମୁଖାର୍ଜିଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ରକ୍ତଦାନ ଶିବରି ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟଚିକିତ୍ସାଳୟ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ବିଜୟ କୁମାର ମହାପାତ୍ର ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ବିଭିନ୍ନ ବ୍ଲକରୁ ଯୁବକ ଯୁବତି ମାନେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୩୦ୟୁନିଟ ରକ୍ତ ସଂଗୃହୀତ ହୋଇଥିଲେ । ଏହି କାର୍ଯ୍ୟକ୍ରମକୁ ନେହେରୁ ଯୁବ କେନ୍ଦ୍ରର ସ୍ୱେଚ୍ଛାସେବୀ ଏ.ମହେଶ୍ୱର ରାଓ, ବି.ଭବାନି ପ୍ରସାଦ ପ୍ରମୁଖ ପରିଚାଳନା କରିଥିଲେ ।


