ଏପ୍ରିଲରୁ ସ୍ୱାଭାବିକ ହେବ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ୍ ଚଳାଚଳ

ଭୁବନେଶ୍ୱର,(‌ୱାଇଏନ୍‌ଏସ୍‌): ଆସନ୍ତା ଏପ୍ରିଲ ୧ରୁ ପୂର୍ବତଟ ରେଳପଥ ଅଧିନରେ ଥିବା ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ ଚାଲିବାର ସମ୍ଭାବନା ରହିଛି । ଏ ସମ୍ପର୍କରେ ପୂର୍ବତଟ ରେଳପଥର ବରିଷ୍ଠ ଜନସଂପର୍କ ଅଧିକାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବର୍ତମାନ କୋଭିଡ କଟକଣା ଯୋଗୁଁ ୫୯ ଯୋଡ଼ା ଟ୍ରେନ ଚାଲୁଛି । ଏବେ ପ୍ରାୟ ୭୨ ପ୍ରତିଶତ ଟ୍ରେନ ଚଳାଚଳ ସ୍ୱାଭାବିକ ହୋଇଛି । ଆଗାମୀ ଦିନରେ ଏହାକୁ ବୃଦ୍ଧି କରାଯିବ ଓ ଏପ୍ରିଲ ୧ ସୁଦ୍ଧା ଏହାକୁ ସଂପୂର୍ଣ୍ଣ ସ୍ୱାଭାବିକ କରାଯିବ ।କୋଭିଡ କଟକଣା ଲାଗୁ ହେବା ପୂର୍ବରୁ ରାଜ୍ୟରେ ୮୯ ଯୋଡ଼ା ଟ୍ରେନ ଚଳାଚଳ କରୁଥିଲା । କିନ୍ତୁ ଏବେ ୫୯ ଯୋଡ଼ା ଚାଲୁଛି । ଟ୍ରେନ ଚଳାଚଳକୁ ସଂପୂର୍ଣ୍ଣ ସ୍ୱାଭାବିକ କରିବାକୁ ଲୋକମାନେ ନିୟମିତଭାବେ ଦାବି କରିଆସୁଛନ୍ତି । ଏହି ଦାବିକୁ ଦୃଷ୍ଟିରେ ରଖି ଟ୍ରେନ ଚଳାଚଳକୁ ସ୍ୱାଭାବିକ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ରେଳ ବୋର୍ଡ ଓ ଓଡ଼ିଶା ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି । ଏଣୁ ଆସନ୍ତା ଏପ୍ରିଲ ମାସରୁ ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ ଚଳାଚଳ ସ୍ୱାଭାବିକ ହେବା ଆଶା କରାଯାଉଛି ବୋଲି ସେ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ