ଏମ ରାମପୁରଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଗତ କାଲି ୧୩.୨.୨୦୨୩ ତାରିଖ ଦିନ ଏମ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନର୍ଲା ବିଧାୟକ ଶ୍ରୀ ଭୂପିନ୍ଦର ସିଂ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର, ବ୍ଲକ ଅଧ୍ୟକ୍ଷା ମନ୍ଦାକିନି ସିଂଦେଓ,ବି ଡି ଓ ବିନୟ କୁମାର ଭୋଇ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ