ଏଲପିଜି ଦର ବୃଦ୍ଧି ପ୍ରତିବାଦରେ କନ୍ଧମାଳ ମହିଳା କଂଗ୍ରେସ ତରଫରୁ ବିକ୍ଷୋଭ ପ୍ରଦର୍ଶନ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ମହିଳା କଂଗ୍ରେସ ପକ୍ଷରୁ କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ରାଜ୍ୟ ସଂଗଠନର ନିର୍ଦ୍ଦେଶ ପ୍ରକାରେ ଜିଲ୍ଲା ମହିଳା କଂଗ୍ରେସ ସଭାପତି ରୁଦା ମଲିକଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଏକ ରାଲିରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘରୋଇ ଗ୍ୟାସ ସିଲିଣ୍ଡର ପିଛା ୫୦ ଟଙ୍କା ଓ ବ୍ୟବସାୟିକ ଗ୍ୟାସ ଏକକାଳୀନ ୩୫୦ ଟଙ୍କା ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ କଂଗ୍ରେସ ନେତା। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଅନାମ ନାୟକଙ୍କ ସମେତ ନଗର କଂଗ୍ରେସ ସଭାପତି ଶିବଶଙ୍କର ବେହେରା, ଛାତ୍ର କଂଗ୍ରେସ ସଭାପତି ଅନୁପମ କହଁର, ବରିଷ୍ଠ ନେତା ବିଜୟ ମହାନ୍ତି, ହେମନ୍ତ କର, ବଳଦେବ ବେହେରା, ଗୌରଚରଣ ବେହେରା, ସଂସାର ଭୋଇ ପ୍ରମୂଖ ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ