ଏସକେସିଜି ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗ ଦେଇ ପ୍ରଥମେ କଲେଜରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ.କଲେଜ ପରିସରରେ ଥିବା ରଙ୍ଗମଞ୍ଚ ଠାରେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ. ତିରୁପତି ରାଓ, ଅନ୍ୟତମ ସମ୍ମାନିତ ଅତିଥି ଭାବେ ଭାଇସ ଚାସନ୍ସଲେର ଖୋଲି କୋଟ ୟୁନେଟେରୀ ୟୁନିଭରସିଟି ବ୍ରହ୍ମ ପୁରର ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି, ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଡି ପ୍ରିୟଙ୍କା, ହୃଷିକେଶ ପାଣିଗ୍ରାହୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ କଲେଜ ଅଧ୍ୟକ୍ଷ ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭିକ ସଙ୍ଗୀତ କଲେଜର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଗାନ କରାଯାଇଥିଲା।ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଡକ୍ଟର ଜିତେନ୍ଦ୍ର ନାଥ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ଡକ୍ଟର ସ୍ନେହ ପ୍ରଭା ପଣ୍ଡା ପରେ ଅତିଥି ମାନଙ୍କ ଦ୍ଵାରା ପତ୍ରିକା ଉନ୍ମୋଚିତ କରାଯାଇଥିଲା।।ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ବିଭିନ୍ନ ସଂ।ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ରାଧା କାନ୍ତ ଭୂୟାଁ। ଏହି କାର୍ଯ୍ୟକ୍ରମରେ କଲେଜର ଛାତ୍ର ଛାତ୍ରୀ, ଅଧ୍ୟାପକ,ଅଧ୍ୟାପିକା କର୍ମଚାରୀମାନେ ଉପସ୍ଥିତ ରହିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ