ଓଏଏସ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ
ଛତ୍ରପୁର, (ଦେବଦତ୍ତ ମହାରଣା) :-ପାତ୍ରପୁର ବ୍ଲକ ତୁମ୍ବା ପଂଚାୟତ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମବାସୀ ଗତ ୨୩ ତାରିଖ ଦିନ ପାତ୍ରପୁର ବିଡିଓ ପ୍ରକାସ କୁମାର ଦାସଙ୍କୁ ଅପହରଣ କରି ବା ସହିତ ବିଡିଓଙ୍କୁ ପ୍ରାୟ ୪ କିମି ଚଲାଇ ଚଲାଇ ନେଇ ଗାଁରେ ଅଟକ ରଖିବା ଘଟଣାକୁ ଗଞ୍ଜାମ ଜିଲ୍ଲା ଓଏଏସ ସଂଘ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି । ଏହା ସହ ଏଥିରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦାବି ନେଇ ସଂଘ ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ଏସପିଙ୍କୁ ଏକ ଲିଖିତ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲା ଓଏଏସ ସଂଘର ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଲୀନା କୁମାରୀ ଖେସ୍ ଓ ସମ୍ପାଦକ ତଥା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନେତୃତ୍ୱରେ ବହୁ ଓଏଏସ କର୍ମଚାରୀ ମାନେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଘଟଣା ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି । ପରେ ବ୍ରହ୍ମପୁର ଏସପିଙ୍କୁ ମଧ୍ୟ ଏକ ପ୍ରତିନିଧି ଦଳ ଭେଟି ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ଓଏଏସ ସଂଘ ପକ୍ଷରୁ ଦାବି ହୋଇଛିି । ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ଛତ୍ରପୁର ଉପଜିଲ୍ଲାପାଳ ନୀଳମାଧବ ଭୋଇ, ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର, ଖଲ୍ଲିକୋଟ ତହସିଲଦାର ରାଜକିଶୋର ପଟ୍ଟନାୟକ, ରାଜ କିଶୋର ଜେନା, ନିତିଶ ତ୍ରିପାଠୀ, ଙ୍କ ସମେତ ଓଏଏସ ସଂଘର ବହୁ ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ଥିଲେ ।