ଓଜେଇ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଅରଜୀତକୁ ଜିଲ୍ଲାପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ,(ଯୁଗାବ୍ଦ ନ୍ୟୁଜ୍): ଓଡିଶା ଯୁଗ୍ମ ପ୍ରବେଶିକା ପରିକ୍ଷାରେ ରାଜ୍ୟ ସ୍ତରରେ ଦ୍ୱିତୀୟ ହୋଇଥିବା ଏବଂ ମେକାନିକାଲ ବ୍ରାଂଚରେ ପ୍ରଥମ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ମିର୍ଜାପୁର ଗ୍ରାମର ଅରଜୀତ ରାଉତଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଧବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ସମର୍ଥ ବର୍ମା ଅରଜୀତକୁ ପୁଷ୍ପଗୁଛ,ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ଅରଜୀତଙ୍କ ପ୍ରବେଶିକା ଫିସ ବାବଦ ୩୨ହଜାର ୪ଶହ ଟଙ୍କାର ଏକ ଚେକ ତାଙ୍କୁ ପ୍ରଦାନ କରାଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା ଅରଜୀତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ ଅଧିକାରୀ ସମ୍ବିତ ଶତପଥୀ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଚନ୍ଦ୍ରକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ