ଓଡ଼ିଶାରେ କରୋନା ମୁକାବିଲା ବୈଠକ
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡିଏମଟି ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ବିଭାଗୀୟ ଅଧିକାରୀଙ୍କ ସହ କରୋନା ମୁକାବିଲା ନେଇ ଆଲୋଚନା କରାଯାଇଥିଲା । ବୈଠକ ପରେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି ଯେ, କରୋନା ନେଇ ଲୋକଙ୍କୁ ସଚେତନ କରିବା ବିଷୟରେ ବୈଠକରେ ଆଲୋଚନା କରାଯାଇଛି । ଅନ୍ୟ ରାଜ୍ୟରେ ପଜିଟିଭ ମିଳିଛି । ଏନେଇ ରାଜ୍ୟ ସରକାର ସଚେତନ ଅଛନ୍ତି । ଏଯାବତ ୧୧୫ଟି ଜଣଙ୍କୁ ହୋମ ଆଇସୋଲେସନରେ ରଖାଯାଇଛି । ପାରାଦୀପରୁ ଗତକାଲି ଆସିଥିବା ଦମ୍ପତ୍ତିଙ୍କ ନମୁନା କରୀକ୍ଷା ପାଇଁ ପଠାଯାଇଥିବା ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି ।