ଓଡ଼ିଶାରେ ପହଞ୍ଚିଲେ ଜଷ୍ଟିସ ରଫିକ

ଭୁବନେଶ୍ୱର: ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶାରେ ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଜଷ୍ଟିସ ରଫିକ ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତିଭାବେ ଦାୟିତ୍ୱ ନେବେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ଜଷ୍ଟିସ ମହମ୍ମଦ ରଫିଜଙ୍କ ନାମ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି । ଜଷ୍ଟିସ ରଫିଜ ୨୦୧୯ ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ