ଓଡ଼ିଶାରେ ମୌସୁମୀ ଦୁର୍ବଳ

ଭୁବନେଶ୍ୱର: ଏବେ ଓଡ଼ିଶାରେ ମୌସୁମୀ ଦୁର୍ବଳ ରହିଛି । ଆସନ୍ତା ୨ ରୁ ୩ ଦିନ ପର୍ଯ୍ୟନ୍ତ ମଧ୍ୟ ଏଭଳି ସ୍ଥିତି ରହିବ । ବର୍ଷା ହେବ ନାହିଁ । କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୨୭ ଓ ୨୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚଆର ବିଶ୍ୱାସଙ୍କ ସୂଚନା ଅନୁଯାୟୀ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସେଭଳି ବର୍ଷା ହେବ ନାହିଁ । ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଭୁବନେଶ୍ୱର ଓ କଟକ ସହରରେ ବର୍ଷା ହେବାର ସମ୍ଭାବନା କ୍ଷୀଣ । ଜୁନ ୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠାରୁ ୩୩% ଅଧିକ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ଭାବେ ୧୫୬.୧ ମିମି ବର୍ଷା ହେବା କଥା । ତେବେ ଚଳିତ ଥର ୨୦୯.୯ ମିମି ବର୍ଷା ହୋଇଛି । ୧୭ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ପରିମାଣର ବର୍ଷା ରେକର୍ଡ କରାଯାଇଛି । ସେଥିମଧ୍ୟରୁ ୭ଟି ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ପରିମାଣର ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ୯ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ପରିମାଣର ବର୍ଷା ରେକର୍ଡ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ