ଓଡ଼ିଶା ଆସିବେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି

ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ଏହି ଅବସରରେ ସେ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର‌୍ୟ୍ୟକ୍ରମ ରହିଛି। ଏଥିସହ ଜଗତସିଂହପୁରରେ ମଧ୍ୟ ସଭା କରିପାରନ୍ତି ରାହୁଲ। କଂଗ୍ରେସ ସଭାପତିଙ୍କ ଓଡ଼ିଶା ଗସ୍ତ ନେଇ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ମାର୍ଚ୍ଚ ୧୫ ତାରିଖରେ ରାହୁଲ ଗାନ୍ଧି ଓଡ଼ିଶା ଆସିଥିଲେ। ବରଗଡ଼ରେ ନିର୍ବାଚନୀ ସଭାରେ ସେ ଯୋଗ ଦେଇଥିଲେ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷଥିଲେ ରାହୁଲ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ