ଓଡିଆ ଭାଷାରେ ନାମ ଫଳକ ଲିପିବଦ୍ଧ ନ ହେଲେ ୨୫ ହଜାର ଟଙ୍କା ଜରିମାନା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର ଓଡିଆ ଭାଷାର ନାମ ଫଳକ ଲିପିବଦ୍ଧ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାଯ୍ୟାଳୟ କକ୍ଷ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡିଶା ଭାଷାରେ ନାମ ଫଳକ ଲିପିବଦ୍ଧ ନ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଶହ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯିବ. ଏହି ବୈଠକରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡା, ଆବାହକ ରୂପେ ଯୋଗ ଦେଇଥିବା ବେଳେ ପାରଳାଖେମୁଣ୍ଡି ପୌରାଞ୍ଚଳର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ , କାଶିନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଶ୍ରୀମତୀ ଉଜଳତା ସ୍ଵାଲାସିଙ୍ଗ,ପାରଳାଖେମୁଣ୍ଡି ବଜାର ସମନ୍ଵୟ ସଂଗଠନର,ସଭାପତି ଓ ସାଧାରଣ ସମ୍ପାଦକ ଏବଂ ପାରଳାଖେମୁଣ୍ଡି କାଜୁମିଲ ମାଲିକ ସଂଘର ସଦସ୍ୟ ମାନେ ଯୋଗ ଦେଇଥିଲେ । ଗଜପତି ଜିଲ୍ଲାର କାଶିନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ପାରଳାଖେମୁଣ୍ଡି ପୌରାଞ୍ଚଳରେ ଥିବା ସମସ୍ତ ଦୋକାନ ଓ ବ୍ୟବାୟୀକ ପ୍ରତିଷ୍ଠାନର ନାମ ଫଳକକୁ ଓଡିଆ ଭାଷାରେ ଲିପିବଦ୍ଧ କରିବା ନିମନ୍ତେ ଏକ ବୈଠକରେ ଆଲୋଚନା ହୋଇଯାଇଛି, ଏଥିରେ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦିଆଯାଇଅଛି ଏବଂ ଖିଲାପକାରୀଙ୍କୁ ପ୍ରଥମ ଥର ଖିଲାପକାରୀଙ୍କ ନିମନ୍ତେ ୫୦୦୦/- ଟଙ୍କା ଏବଂ ଦିତୀୟ ଥର ଖିଲାପ ନିମନ୍ତେ ୨୫୦୦୦/- ଟଙ୍କା ପର୍ଯ୍ୟନ୍ତ ଜୋରିମାନା ବ୍ୟବସ୍ଥା ରହିଛି ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା ସୂଚନା ଦେଇଛନ୍ତି।ପରିଶେଷରେ ସହକାରୀ ଶ୍ରମ ଅଧିକାରୀ ଶ୍ରୀ ସୋମନାଥ ପାତ୍ର ସମସ୍ତ ସଦସ୍ୟମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ