ଓଡିଶାରେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ସ୍ୱାଗତ କଲେ ରାଜ୍ୟପାଳ ଗଣେଣୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ, ଆକାଶମାର୍ଗରୁ ବାତ୍ୟାସ୍ଥଳକୁ ନୀରିକ୍ଷଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱର ଓ ପୁରୀକୁ ଆକାଶମାର୍ଗରୁ ଦେଖିଲେ ପ୍ରଧାନମନ୍ତ୍ରୀ ମୋଦି । ସାମୁଦ୍ରିକ ଝଡ ଫୋନି ଦ୍ୱାରା ଭୀଷଣ ଭାବେ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଓ ଭୁବନେଶ୍ୱରକୁ ଆକାଶମାର୍ଗରୁ ପ୍ରଧାନମନ୍ତ୍ରୀ ନୀରିକ୍ଷଣ କଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଣୀ ଲାଲ, ମୁଖ୍ୟ ଶାସନ ସଚିବ ପ୍ରମୁଖ ଏୟାରପୋର୍ଟରେ ତାଙ୍କୁ ସ୍ୱାଗତ କରିଥିଲେ । ଆକାଶମାର୍ଗରୁ ଅନୁଧ୍ୟାନ କଲା ପରେ ବିମାନବନ୍ଦରରେ ପ୍ରାୟ ଏକ ଘଣ୍ଟା ଧରି କ୍ଷୟକ୍ଷତି ଓ ପୁନରୁଦ୍ଧାରର ସମୀକ୍ଷା କରିଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଓ ରାଜ୍ୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଥିଲ। । ସେପଟେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଥିଲ। ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ