ଓଡିଶାରେ ‘ବନ୍ଦେ ଭାରତ ଏକ୍ସେପ୍ରେସ୍‌’ ଶୁଭାରମ୍ଭ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଆଜି ‘ବନ୍ଦେ ଭାରତ ଏକ୍ସେପ୍ରେସ୍‌’ ଓଡିଶାରେ ପ୍ରଥମଥର ପାଇଁ ଯାତ୍ରୀଙ୍କୁ ନେଇ ଟ୍ରାକ୍‌ରେ ଗଡ଼ିଲା। ପୁରୀ ରେଳଷ୍ଟେସନ୍‌ରୁ ଏହାର ଶୁଭ ଲୋକାର୍ପଣ ହେଲା । ଗୁରୁବାର ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ ଅନ୍‌ଲାଇନ୍‌ ଜରିଆରେ ସଭା ସହ ଯୋଡ଼ିହୋଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିଲେ। କହିଲେ ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା । ଏହି ଟ୍ରେନ୍ ଚାଲିବା ଦ୍ୱାରା ପୁରୀ-କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ। ଉଭୟ ରାଜ୍ୟ ମଧ୍ୟରେ ସାଂସ୍କୃତିକ ସଂପର୍କ ଆହୁରି ଘନିଷ୍ଠ ହେବ। ଏହାଦ୍ୱାରା ସମୟ ବଞ୍ଚିବ ଓ ବ୍ୟବସାୟ ବି ବଢ଼ିବ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।  ପରେ ଗଣମାଧ୍ୟମ ସହ ଆଲୋଚନାର କାର୍ଯ୍ୟକ୍ରମ ରହିଛି।ପ୍ରଧାନମନ୍ତ୍ରୀ ପ୍ରଥମେ ପୁରୀ ଓ କଟକ ରେଳ ଷ୍ଟେସନ୍‌ ଉନ୍ନୟନ କାର୍ଯ୍ୟର ଭିତ୍ତିପ୍ରସ୍ତର ପକାଇଥିଲେ । ବିଛୁପାଲି-ଝର୍ତ୍ତଭା ନୂଆ ଲାଇନ୍‌ର ଶୁଭାରମ୍ଭ କରିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ