ଓଡିଶାର ସମସ୍ତ ଯୋଗ୍ୟ ଚାଷୀ ପିଏମ୍ କିଷାନ ଯୋଜନାର ଲାଭ ପାଇବେ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ୱାଇଏନ୍‌ଏସ୍‌): ଓଡ଼ିଶାର ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଶନିବାର ଲେଖିଥିବା ଚିଠିର ତତକ୍ଷଣାତ୍‌ ପଦକ୍ଷେପସ୍ୱରୂପ ଓଡିଶାର ସମସ୍ତ ଯୋଗ୍ୟ ଚାଷୀ ପିଏମ କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବା ନେଇ ତୁରନ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ୱିଟ୍ କରି କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ତୋମାର ସୂଚନା ଦେଇଛନ୍ତି ।କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଏ ସମ୍ବନ୍ଧରେ ପତ୍ର ପାଇବା ପରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଟ୍ୱିଟ୍ କରି କହିଛନ୍ତି ଯେ ଯଥାଶୀଘ୍ର ଓଡ଼ିଶା ରାଜ୍ୟର ସମସ୍ତ ଚାଷୀ ପିଏମ କିଷାନ ସମ୍ମାନ ନିଧିର ଲାଭ ତୁରନ୍ତ ମିଳିପାରିବ ସେ ସମ୍ବନ୍ଧରେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାର ପ୍ରତିଉତରରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ମୋ ଅନୁରୋଧ ରକ୍ଷା କରି ପିଏମ କିଷାନର କିସ୍ତି ଟଙ୍କା ଓଡ଼ିଶାର ସମସ୍ତ ଯୋଗ୍ୟ ଚାଷୀଙ୍କୁ ମିଳିବା ନେଇ ତତକ୍ଷଣାତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ପ୍ରତିଶ୍ରୁତି ଦେଇଥିବାରୁ ଧନ୍ୟବାଦ । ସମସ୍ତ ପ୍ରଶାସନିକ ତଥା ପିଏମ କିଷାନ ସହିତ ଜଡ଼ିତ ବିଷୟ ଗୁଡ଼ିକୁ ତୁରନ୍ତ ସମାଧାନ କରିବା ହେଉଛି ସରକାରଙ୍କ ପ୍ରାଥମିକତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶା ସମେତ ଭାରତବର୍ଷର ଚାଷୀଙ୍କ କଲ୍ୟାଣ ପାଇଁ ନିରନ୍ତର କାମ କରୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ଓଡ଼ିଶାର ଚାଷୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ରାଜ୍ୟର ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ କିପରି ମିଳିପାରିବ ସେ ନେଇ ରାଜ୍ୟ ସରକାର ଏବଂ ବିଭାଗୀୟ ମନ୍ତ୍ରଣାଳୟ ମଧ୍ୟରେ ଏକ ବୈଠକ ଡ଼କାଯାଉ ଏବଂ ଏହି ପ୍ରସଙ୍ଗରେ କେନ୍ଦ୍ର କୃଷି ଶ୍ରୀ ତୋମାରଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ନିମନ୍ତେ ଶ୍ରୀ ତୋମାରଙ୍କୁ ଆଜି ଚିଠି ଲେଖିଥିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ । ଉକ୍ତ ଚିଠିରେ ରାଜ୍ୟ ସରକାରଙ୍କୁ ଅତିରିକ୍ତ ବଲ୍କ ୱିଣ୍ଡୋ କ୍ଲିୟରାନ୍ସ କରିବା ପାଇଁ ଅନୁମତି ଦିଆଯାଉ । ଯାହା ଦ୍ୱାରା ହିତାଧିକାରୀଙ୍କ ସ୍ଥଗିତ ଥିବା କିସ୍ତି ଟଙ୍କାକୁ ଠିକ୍ କରାଯାଇ ତୁରନ୍ତ ବ୍ୟାଙ୍କ୍ ଖାତାକୁ ପଠାଯାଇପାରିବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ