ଓଡିଶା ଆଦର୍ଶ ବିଦ୍ୟାଳୟରେ ବୃକ୍ଷରୋପଣ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ବାରୋ ଗ୍ରାମପଞ୍ଚାୟତର ତରାଣ୍ଡୋସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଇକୋ କ୍ଲବ ଆନୁକୂଲ୍ୟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଆଶୁତୋଷ ଶତପଥୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବାରୋ ପଞ୍ଚାୟତର ସରପଞ୍ଚ ଗୋପିନାଥ ମଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ସମିତି ସଭ୍ୟ ସୁଶାନ୍ତ କୁମାର ପରିଡା, ଗଙ୍ଗାଧର ମହାନ୍ତିଙ୍କ ସମେତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ