ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳିତ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ନାଉଗାଁ ବ୍ଲକ ଅଧୀନସ୍ଥ ନାଉଗାଁହାଟ ଉଚ୍ଚ ବିଦ୍ୟାଳୟରେ ଚାଲୁଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ବିଦ୍ୟାଳୟ ପରିସରରେ ସୋମବାର ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରାପ୍ରାପ୍ତ ଅଧ୍ୟକ୍ଷା ସୁଶ୍ରୀ ଅର୍ଚ୍ଚନା ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ମନୋରମା ରାଉତ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ତାଙ୍କ ସହିତ ମୁଖ୍ୟବକ୍ତା ଭାବେ ବ୍ଲକ ସହ ଶିକ୍ଷାଧିକାରୀ ବାମଦେବ ସ୍ୱାଇଁ , ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ନିରଂଜନ ମହାନ୍ତି, ବିଦ୍ୟାଳୟର ଭାରାପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷୀ ସେଠୀ ଯୋଗ ଦେଇ ଶିକ୍ଷା ସହ ଶିକ୍ଷଣୀୟ ପାଠ୍ୟକ୍ରମର ଉନ୍ନତି ପାଇଁ ମନରେ ଏକାଗ୍ରତା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ନୃତ୍ୟଗୁରୁ ସୋମନାଥ ପର୍ବତ,ନୃତ୍ୟାଙ୍ଗନା ଶାନ୍ତିପ୍ରିୟା ସ୍ୱାଇଁ ଏବଂ ଚିନ୍ମୟୀ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ପ୍ରସନ୍ନଜିତ ସାହୁଙ୍କୁ ସାମାଜିକ ସାଂସ୍କୃତିକ ସଂଗଠକ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷକ ଅକ୍ଷୟ କୁମାର ରାଉତ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ କୃଷ୍ଣବଲ୍ଲଭ ବେହେରା ମଂଚ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଶିକ୍ଷକ ଅଭିଜିତ୍ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।