ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଛତ୍ରପୁର, (ଦେବଦତ୍ତ ମହାରଣା):ମସିହା ପରେ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟରେ କାର୍ଯ୍ୟରତ ଅଧ୍ୟାପକ କର୍ମଚାରୀଙ୍କୁ ସରକାରୀ ଅନୁଦାନ ପରିସରଭୁକ୍ତ କରିବା ପାଇଁ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍‌ଙ୍କ ଜରିଆରରେ ପ୍ରଦାନ କରାଯାଇଛି । ଏହି ଦାବିପତ୍ର ପ୍ରଦାନ ବେଳେ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ସଂଘ ଗଞ୍ଜାମ ଜିଲ୍ଲା ସଂଯୋଜକ ଗିରିଷ କୁମାର ଆଚାର୍ଯ୍ୟ, ଗଞ୍ଜାମ ବ୍ଲକ ସଂଯୋଜକ ମଧୁସୁଦନ ମହାପାତ୍ର, ଛତ୍ରପୁର ବ୍ଲକ ସଂଯୋଜକ ପ୍ରକାଶ ଶତପଥି, ରଙ୍ଗେଇଲୁଣ୍ଡା ବ୍ଲକ ସଂଯୋଜକ ସୁଦାମ ନାହାକ, ସାନଖେମୁଣ୍ଡି ବ୍ଲକ ସଂଯୋଜକ ସୁଶାନ୍ତ କୁମାର ପଣ୍ଡାଙ୍କ ସମେତ ୨୨ ଟି ବ୍ଲକର ସଂଯୋଜକ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ