ଓଡିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ୍ ପକ୍ଷରୁ ବେଳାଭୂମି ସଫେଇ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା):ଓଡିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ୍ ଏବଂ ଗଞ୍ଜାମ ଜିଲ୍ଲା ଭାରତ ସ୍କାଉଟ୍ ଓ ଗାଇଡ୍ ମିଳିତ ଅନୁକୂଲ୍ୟରେ ୪ଦିନିଆ ବେଳାଭୂମି ସଫେଇ ଏବଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁ ପଞ୍ଚାୟତ ଅନ୍ତର୍ଗତ ନୋଳିଆନୂଆଗାଁ ବେଳାଭୂମି ଠାରେ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ସବୁଜ ପତାକା ଦେଖାଇ ଉଦ୍‌ଘାଟନ କରିବା ସହ ବେଳାଭୂମି ସଫେଇ କାର୍ଯ୍ୟରେ ସାମିଲ ହୋଇଥିଲେ । ଏଥିରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ ଓ ଖୋର୍ଦ୍ଧାର ୨୦୦ରୁ ଅଧିକା ସ୍କାଉଟ୍ ଓ ଗାଇଡ୍‌, ସମଗ୍ର ଶିକ୍ଷା ଅଭିଯାନ ଜିଲ୍ଲା ପ୍ରକଳ୍ପ ସଂଯୋଜିକା ବିନିତା ସେନାପତି, ଆଇପିଇ ଭାଗିରଥୀ ସ୍ୱାଇଁ, ଛତ୍ରପୁର ବିଇଓ ଅବିନାଶ ଶତପଥୀ, ଗଞ୍ଜାମ ବିଇଓ ତ୍ରିଲୋଚନ ତ୍ରିପାଠୀ, ଅଗସ୍ତିନୂଆଗାଁ ସରପଞ୍ଚ ପି.ସିମାଦ୍ରୀ, ଉନ୍ନିତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ପଞ୍ଚାନନ ରଥ ପ୍ରମୁଖ ଏହି ବେଳାଭୂମି ସଫେଇ ଓ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ