ଓଡିଶା ରାଜ୍ୟ ସ୍କାଉଟସ୍ ଓ ଗାଇଡସ୍ର ପ୍ରତିଷ୍ଠାତା ସମ୍ପାଦକଙ୍କ ୧୨୩ତମ ଜୟନ୍ତୀ ପାଳନ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ର ପ୍ରତିଷ୍ଠାତା ସମ୍ପାଦକ ତଥା ସାହିତ୍ୟ ଭୂଷଣ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ପଣ୍ଡିତ ରଘୁନାଥ ମିଶ୍ରଙ୍କର ୧୨୩ତମ ଜୟନ୍ତୀ ଉପଲକ୍ଷେ ରାଜ୍ୟ ମୁଖ୍ୟାଳୟ ତରଫରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଅଛି । ଏହି ଅବସରରେ ଭୁବନେଶ୍ୱରର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ସ୍କାଉଟ ଗାଇଡ୍ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, କ୍ୱିଜ୍ ଏବଂ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଅଛି । ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପିଲାମାନଙ୍କୁ ଆଜି ସଭାର ମୁଖ୍ୟ ଅତିଥି ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ. କାଳିପ୍ରସାଦ ମିଶ୍ରଙ୍କ ଦ୍ୱାରା ସ୍କାଉଟସ୍ ଏବଂ ଗାଇଡସ୍ ମାନଙ୍କୁ ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଛି ।